www.samajalive.in
Monday, December 8, 2025
16.1 C
Bhubaneswar

ଅତି ଭୟଙ୍କର ସାମୁଦ୍ରିକ ଝଡ଼ ରୂପ ନେଲା ‘ଫନି’, ଚନ୍ଦ୍ରଭାଗା-ସାତପଡ଼ା ମଧ୍ୟଭାଗରେ ସ୍ଥଳଭାଗ ଛୁଇଁପାରେ

ନୂଆଦିଲ୍ଲୀ/ଭୁବନେଶ୍ଵର: ସାମୁଦ୍ରିକ ଝଡ଼ ‘ଫନି’ ଓଡ଼ିଶା ମୁହାଁ ହେବା ସହ ବେଳକୁ ବେଳ ଭୟଙ୍କର ରୂପ ନେଉଛି। ମଙ୍ଗଳବାର ଏହା ଅତି ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ସ୍ଥଳଭାଗ ଛୁଇଁବା ପରେ ଏହା ବାତ୍ୟାର ରୂପ ନେବ। ଆସନ୍ତା ୩ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ଓଡ଼ିଶାର ପୁରୀ ଜିଲା ଅନ୍ତର୍ଗତ ଚନ୍ଦ୍ରଭାଗା ଏବଂ ସାତପଡ଼ା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବର୍ତ୍ତମାନ ଏହା ପୁରୀଠାରୁ ୮୩୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରହିଛି। ସ୍ଥଳଭାଗ ଛୁଇଁବା ପରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହିତ ୧୫୦ରୁ ୧୭୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ସ୍ଥଳଭାଗ ଛୁଇଁବା ପୂର୍ବରୁ ଅର୍ଥାତ ୨ ତାରିଖଠାରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହେବ। ବାତ୍ୟା ଯୋଗୁ ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ବାଲେଶ୍ଵର ସମେତ ୧୨ଟି ଜିଲା ପ୍ରଭାବିତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବାତ୍ୟା ପାଇଁ ସତର୍କ ରହିବା ଲାଗି ରାଜ୍ୟବାସୀଙ୍କୁ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଉପକୂଳ ଅଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଶାସନ ପକ୍ଷରୁ ସତର୍କ କରାଯାଉଛି। ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନ ଯିବା ଲାଗି କୁହାଯାଇଛି।

- Advertisement -

ବାତ୍ୟାର ମୁକାବିଲା ପାଇଁ ଏନଡିଆରଏଫ ଏବଂ ଓଡ୍ରାଫ ଟିମ ସଜାଗ ରହିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଉପକୂଳ ଅସ୍ଥଳରେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories