www.samajalive.in
Sunday, December 14, 2025
14.1 C
Bhubaneswar

ଉଦ୍ଭିଦ ବିଜ୍ଞାନ ସମ୍ମାନ ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ଆଠଗଡ :  ଆଠଗଡର ଗୋପବନ୍ଧୁ ବିଜ୍ଞାନ କଲେଜରେ ଶୁକ୍ରବାର ଉଦ୍ଭିଦ ବିଜ୍ଞାନ ସମ୍ମାନ ଶେଷବର୍ଷ ବିଦ୍ୟାର୍ଥୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପିକା ପ୍ରତିଭା ମହାନ୍ତିଙ୍କ ପୌରୋହିତ୍ୟରେ ଏହି ଉପଲକ୍ଷେ ଆୟୋଜିତ ସଭାରେ କଲେଜର ଅଧ୍ୟକ୍ଷ ଡଃ ଲୋକନାଥ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦାୟୀ ଉଦ୍ଭିଦ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିବା ସହ ଉଚ୍ଚଶିକ୍ଷା ଲାଭକରି ନିଜକୁ ପ୍ରତିଷ୍ଠିତ କରିବା ସହ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ତିଗିରିଆସ୍ଥିତ ପି.ପି ଦେବ କଲେଜର ଉଦ୍ଭିଦ ବିଜ୍ଞାନ ପ୍ରାଧ୍ୟାପକ ବିଜୟ କୁମାର ବେହେରା ଯୋଗଦେଇ ଉଦ୍ଭିଦ ବିଜ୍ଞାନ ବିଷୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏହି କଲେଜରୁ ଶିକ୍ଷାଲାଭ କରିଥିବା ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ସହିତ ଗବେଷଣା ପ୍ରତି ଆଗ୍ରହ ପ୍ରକାଶ କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ପାଠଚକ୍ର ଉପଦେଷ୍ଟା ଅଧ୍ୟାପକ ଡଃ ଚିତ୍ତରଞ୍ଜନ ପଟ୍ଟନାୟକ, ଅଧ୍ୟାପିକା ଡଃ ସସ୍ମିତା ହୋତା, ଅଧ୍ୟାପକ ଯଶରଞ୍ଜନ ପୋଢ ଓ ପ୍ରାଣୀ ବିଜ୍ଞାନ ବିଭାଗ ଡେମୋନଷ୍ଟ୍ରେଟର ରଞ୍ଜିତ୍‌‌ ସାମନ୍ତରାୟ ଉଦ୍‌‌ବୋଧନ ଛଳରେ ଛାତ୍ରଛାତ୍ରୀଙ୍କୁ ବହୁ ମୂଲ୍ୟବାନ ଉପଦେଶ ଦେଇଥିଲେ। ପାଠଚକ୍ର ସଂପାଦକ ୩ୟ ବର୍ଷର ଛାତ୍ର ଶିବୁନା ସାହୁ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଭିନ୍ନ ସେମିଷ୍ଟାରରେ ସର୍ବୋଚ୍ଚ ନମ୍ବର ରଖିଥିବା ୪ଜଣ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା। ବିଜ୍ଞାନଗାର ସହାୟକ ବିନୟ କୁମାର ଶତପଥୀଙ୍କ ସହାୟତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଶେଷରେ ପାଠଚକ୍ରର ସହସଂପାଦକ ସୌରଭ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories