www.samajalive.in
Monday, December 15, 2025
27.1 C
Bhubaneswar

ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀ ସଚେତନତା ରଥ ଉଦଘାଟିତ

ଆଠଗଡ : ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୧୯ ତାରିଖ ବୁଧବାରଠାରୁ ୩/୪ ଦିନ ଓଡ଼ିଶାରେ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ଚାଷୀମାନଙ୍କୁ ସଚେତନ କରିବା ଲାଗି ମଙ୍ଗଳବାର ଏକ ସଚେତନତା ରଥକୁ ଉପଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମାଙ୍କ ଦ୍ବାରା ତାଙ୍କ କାର୍ଯ୍ୟାଳୟ ପରିସରରେ ଉଦଘାଟିତ ହୋଇଯାଇଛି। ଧାନ ମଣ୍ତିରେ ଗଛିତ ଧାନ ବର୍ଷା ପ୍ରଭାବରୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନେ ପଦକ୍ଷେପ ନେବା ସହିତ ଖରାଟିଆ ଡାଲି, ତୈଳବୀଜ ଫସଲ ଓ ପନିପରିବା ଆଦି ବୁଣାବୁଣି କାର୍ଯ୍ୟ ସାମୟିକ ସ୍ଥଗିତ ରଖିବା, ଫସଲରେ କୀଟନାଶକ ଔଷଧ ଓ ସାର ପ୍ରୟୋଗ ବନ୍ଦ କରିବା ପାଇଁ ଏହି ରଥ ମାଧ୍ୟମରେ ସଚେତନତା କରାଯାଉଛି। ଏହି ସଚେତନତା ରଥ ଉପଖଣ୍ଡର ସମସ୍ତ ପଞ୍ଚାୟତ ପରିଭ୍ରମଣ କରି ଚାଷୀମାନଙ୍କୁ ସଚେତନ କରାଇବ। ନରସିଂହପୁର ନିୟନ୍ତ୍ରିତ ବଜାର କମିଟିର ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ସହକାରୀ ଜିଲ୍ଲାପାଳ ମାନସ ରଞ୍ଜନ ବେହେରା, ଡେପୁଟି କଲେକ୍ଟର ଅଭିପ୍ସା ମହାନ୍ତି, ନିୟନ୍ତ୍ରିତ ବଜାର କମିଟିର ସଂପାଦକ ରାମନାରାୟଣ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories