ପାଟଣା : ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାମନ୍ତରାପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ପରିବା ଚାଷୀ ରବିନ୍ଦ୍ର ମହାନ୍ତ(୫୫) ଆଜି ନିଜ ବାଡିରୁ ପରିବା ସଂଗ୍ରହ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପ୍ରାଣରକ୍ଷା ଉଦ୍ଦେଶ୍ୟରେ ତାଙ୍କୁ ଘଟଗାଁ ମେଡିକାଲ ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Popular Categories



