www.samajalive.in
Friday, December 12, 2025
14.1 C
Bhubaneswar

ସର୍ପାଘାତରେ କୃଷକଙ୍କ ମୃତ୍ୟୁ

ଆଠଗଡ଼ :  ଚାଷ ଜମିରେ କାମ କରୁଥିବା ବେଳେ ସର୍ପାଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ବାଙ୍କୀ ଥାନା ଅନ୍ତର୍ଗତ ବାଉଁଶପୁଟ ଗ୍ରାମର ଗଣେଶ୍ୱର ପଣ୍ଡା (୪୪)। ଶନିବାର  ସକାଳେ ଗଣେଶ୍ୱର ନିଜ ଧାନ ବିଲରେ ଘାସ ବାଛୁଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ ଦଂଶନ କରିବାରୁ ପରିବାର ଲୋକ ତୁରନ୍ତ ଆଠଗଡ଼ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିବା ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଆଠଗଡ଼ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବକୁ ଜବତ କରିଥିଲା । ତେବେ ପରେ ବାଙ୍କୀ ଥାନା ଅଧିନ ସୁବର୍ଣ୍ଣପୁର ଫାଣ୍ଡି ପକ୍ଷରୁ ମୃତଦେହ ଏଠାରେ ବ୍ୟବଛେଦ କରାଇ ପରିବାରକୁ ହସ୍ତାନ୍ତର କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories