www.samajalive.in
Tuesday, December 9, 2025
23.1 C
Bhubaneswar

ବଜ୍ରାଘାତରେ କୃଷକଙ୍କ ମୃତ୍ୟୁ

ରଣପୁରଗଡ: ରଣପୁରଗଡ଼ ଅନ୍ତର୍ଗତ ପିମ୍ପଲ ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରାଘାତ ଯୋଗୁ ଦାଶରଥି ରାଉତରାୟ(୫୫) ଓରଫ ଦାସିଆ ନାମକ ଜଣେ କୃଷକଙ୍କ ମୃତ୍ୟୁ ଘଟିଛି। ଦାଶରଥି ଜମିକୁ ଧାନ ରୋଇବା ପାଇଁ ଯାଇଥିଲେ। କିନ୍ତୁ ସନ୍ଧ୍ୟା ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ଜମି ଆଡ଼େ ଖୋଜିବାକୁ ଯାଇଥିଲେ। ଦାଶରଥି ଜମିରେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ତାଙ୍କୁ ଉଦ୍ଧାର କରି ରଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦାଶରଥି ଜଣେ ଗରିବ କୃଷକ ହୋଇଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories