www.samajalive.in
Sunday, December 14, 2025
19.1 C
Bhubaneswar

ୟୁରିଆ ପାଇଁ ଉତ୍ତେଜନା

ମାଲକାନଗିରି : ୟୁରିଆ ପାଇଁ ଉତ୍ତେଜନା । ମାଲକାନଗିରି ଜିଲ୍ଲାରେ ଚାଷି ମାନେ ୟୁରିଆ ସାର ଠିକ୍ ଭାବେ ପାଉନଥିବା ବେଳେ ଧାନ ଫସଲ ନଷ୍ଟ ହେବାରେ ଲାଗିଛି । ଯାହାକୁ ବିରୋଧ କରି ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ମାଲକାନଗିରି ଜିଲ୍ଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସାରର ଅଭାବୀ ବିକ୍ରିକୁ ନେଇ ଶିଖପାଲି ଛକ ଠାରେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ଶହ ଶହ ଚାଷୀ । ରାସ୍ତା ରୋକ ହେବା ସହ ରାଜରାସ୍ତାରେ ଚାଷୀଙ୍କ ଆନ୍ଦୋଳନ ଚାଲିଥିବାରୁ ମାଲକାନଗିରି ଓ କାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ଶିଖପାଲିଠାରେ ଶତାଧିକ ଯାନ ବାହାନ ଅଟକି ରହିଛି । ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝା ସୁଝା କରୁଛନ୍ତି । ହେଲେ ୟୁରିଆ ସାର ନମିଳିବା ପର୍ଯ୍ୟନ୍ତ ଚାଷୀଙ୍କ ଏହି ଆନ୍ଦୋଳନ ଜାରି ରହିବ ବୋଲି ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories