www.samajalive.in
Wednesday, December 10, 2025
18.1 C
Bhubaneswar

କୃଷି ବିଭାଗ ପକ୍ଷରୁ କୃଷକ କ୍ଷେତ୍ର ଦିବସ ପାଳିତ

ତିଗିରିଆ :  ତିଗିରିଆ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ପୂର୍ବ ଭାରତରେ ସବୁଜ ବିପ୍ଳବ ଯୋଜନା ଅନ୍ତର୍ଗତ କୃଷକ କ୍ଷେତ୍ର ଦିବସ ନିଜିଗଡ଼ସ୍ଥିତ କୃଷକ ଭବନ ପରିସରରେ ଶୁକ୍ରବାର ପାଳିତ ହୋଇଯାଇଛି । ବ୍ଲକ କୃଷି ଅଧିକାରୀ ସନାତନ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖଣ୍ଡହତା ଓ ତେନ୍ତୁଳି ରଗଡି ଗ୍ରାମର ୧୦୦ ଜଣ ଚାଷୀଙ୍କୁ  ଧାଡ଼ି ରୁଆ ଧାନ ଚାଷ  ସମ୍ପର୍କରେ ସଚେତନ କରାଯାଇଥିଲା। ଏହା ସହିତ ବର୍ତ୍ତମାନର ଚାଷୋପଯୋଗୀ ଉନ୍ନତ ଜ୍ଞାନକୌଶଳର ବିନିଯୋଗ, ଧାଡ଼ିରୁଆ ଯୋଜନାରେ ଥିବା ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଚାଷୀଙ୍କୁ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ତିଗିରିଆ ଆତ୍ମା ଅଧ୍ୟକ୍ଷ ହରେନ୍ଦ୍ର ଦଳେଇ, ଆଠଗଡ କୃଷି ଜିଲ୍ଲା ଅଧିକାରୀ ପର୍ଶୁରାମ ବେହେରା, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଗୌରହରି ପରିଡ଼ା, ସହକାରୀ କୃଷି ଅଧିକାରୀ ଦେବୀ ପ୍ରସାଦ ପୃଷ୍ଟି ପ୍ରମୂଖଙ୍କ ସହିତ କୃଷି ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories