www.samajalive.in
Monday, December 8, 2025
14.1 C
Bhubaneswar

କୃଷକ ଆନ୍ଦୋଳନ – ହୃଦଘାତରେ ବୃଦ୍ଧ ଚାଷୀଙ୍କ ମୃତ୍ୟୁ

ଡେସ୍କ: ହରିୟାଣାର ଅମ୍ବାଲା ନିକଟସ୍ଥ ଶମ୍ଭୁ ସୀମାରେ ଆନ୍ଦୋଳନ କରୁଥିବା କୃଷକମାନଙ୍କ ମଧ୍ୟରୁ ଜଣେ ୬୩ ବର୍ଷୀୟ କୃଷକଙ୍କର ଶୁକ୍ରବାର ହୃଦଘାତରେ ମୃତ୍ୟୁ ଘଟିଛି। ଆଜି ସକାଳେ ଜ୍ଞାନ ସିଂହ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପଞ୍ଜାବର ରାଜପୁରାର ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ପଟିଆଲାର ରାଜିନ୍ଦ୍ରା ହସ୍ପିଟାଲକୁ ନିଆଯାଇଥିଲା ଓ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପରକୀୟା ପ୍ରୀତି ; ସ୍ୱାମୀକୁ ହେମଦସ୍ତାରେ ଛେଚି ମାରିବା ପରେ ପୋତିଲା ସ୍ତ୍ରୀ

- Advertisement -

ଫସଲପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)ର ଆଇନଗତ ଗ୍ୟାରେଣ୍ଟି ସମେତ ସେମାନଙ୍କ ଦାବିକୁ ଗ୍ରହଣ କରିବା ପାଇଁ ସରକାରଙ୍କୁ ଚାପ ପକାଇବା ଉଦ୍ଦେଶ୍ୟରେ ପଞ୍ଜାବର ଗୁରୁଦାସପୁର ଜିଲ୍ଲାର ବାସିନ୍ଦା ଜ୍ଞାନ ସିଂହ ଦୁଇ ଦିନ ତଳେ ଶମ୍ଭୁ ସୀମାକୁ କୃଷକଙ୍କ ‘ଦିଲ୍ଲୀ ଚଲୋ’ ଶୋଭାଯାତ୍ରାରେ ଅଂଶଗ୍ରହଣ କରିବାକୁ ଶମ୍ଭୁ ସୀମାକୁ ଆସିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories