www.samajalive.in
Wednesday, December 10, 2025
18.1 C
Bhubaneswar

ଚାଷୀଙ୍କ ପାଇଁ ଇନପୁଟ୍‍ ସବସିଡି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର : ମଙ୍ଗଳବାର ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି । ଚାଷୀଙ୍କ ପାଇଁ ଇନପୁଟ୍‍ ସବସିଡି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମରୁଡି ପ୍ରବଣ ଅଞ୍ଚଳରେ ଇନ୍‍ପୁଟ୍‍ ସବସିଡି ଘୋଷଣା କରାଯାଇଥିବା ବେଳେ ଏଥିପାଇଁ ରାଜକୋଷରୁ ପ୍ରାୟ ୨୦୦ କୋଟି ଟଙ୍କା ଖର୍ଚ୍ଚ ହେବ ।
ରାଜ୍ୟର ମରୁଡ଼ି ପ୍ରଭାବିତ ଅଞ୍ଚଳର ପୀଡ଼ିତ ଚାଷୀଙ୍କୁ ୨୦୦ କୋଟି ଟଙ୍କାର ଇନ୍‌ପୁଟ୍‌ ସହାୟତା ରାଶି ପ୍ରଦାନ କରାଯିବ।
ମିଳିଥିବା ରିପୋର୍ଟ ଅନୁଯାୟୀ, ବର୍ଷା ଅଭାବରୁ ରାଜ୍ୟର ୧୨ଟି ଜିଲ୍ଲାର ୬୪ଟି ବ୍ଲକ୍‌ ଏବଂ ୧୫ଟି ପୌରାଞ୍ଚଳରେ ଥିବା ପ୍ରାୟ ୨, ୬୩,୫୬୦ ହେକ୍ଟର ଚାଷଜମିରେ ୩୩ ପ୍ରତିଶତ ବା ତା’ଠାରୁ ଅଧିକ ଫସଲହାନି ହୋଇଛି। ଅଥଚ ଏ ପର୍ଯ୍ୟନ୍ତ ମରୁଡ଼ି ପ୍ରପୀଡ଼ିତ ଅଞ୍ଚଳର ବହୁସଂଖ୍ୟକ ଚାଷୀ ଫସଲ ବୀମା ରାଶି ପାଇପାରି ନାହାନ୍ତି। ଏ ସଂପର୍କରେ ରାଜ୍ୟ ସରକାର କ୍ରମାଗତ ଭାବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନସ୍ଥ ବୈଷୟିକ ଉପଦେଷ୍ଟା କମିଟିକୁ ଜଣାଇବା ସହ ଅନୁରୋଧ କରିଥିଲେ।
ଏହି ପରିପ୍ରେକ୍ଷୀରେ ପରିସ୍ଥିତିର ଗମ୍ଭୀରତା ଏବଂ ମରୁଡ଼ି ପୀଡ଼ିତ କୃଷକଙ୍କ ଦାବି ଏବଂ ଜିଲ୍ଲାପାଳମାନେ ଦେଇଥିବା ଫସଲହାନି ରିପୋର୍ଟକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ପୀଡ଼ିତ ଏବଂ ବଞ୍ଚିତ ଚାଷୀଙ୍କୁ ରାଜ୍ୟର ନିଜସ୍ବ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ପୀଡ଼ିତ ଚାଷୀଙ୍କୁ ତତ୍କାଳ ସହାୟତା ରାଶି ପ୍ରଦାନ ଲାଗି ଏହିସବୁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ସହାୟତା ରାଶି ସଂର୍ପକରେ ଏସ୍‌ଆର୍‌ସିଙ୍କ ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୀଡ଼ିତ ଚାଷୀଙ୍କ କଷ୍ଟ ଦୂର କରିବାକୁ ଏବେ ୨୦୦ କୋଟି ଟଙ୍କାର ଆବଶ୍ୟକତା ରହିଛି ବୋଲି ଆକଳନ କରାଯାଉଛି।
ଏହାସହ ଅନ୍ୟପଟେ ଫସଲ ବୀମା ନେଇ ପଦ୍ମପୁରରେ ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ସହ ଆଲୋଚନା ପରେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ଟୁଇଟ କରିଛନ୍ତି । ସେ ଟୁଇଟ ଯୋଗେ କହିଛନ୍ତି, ଚାଷୀଙ୍କ ଟଙ୍କା ଯଥାଶୀଘ୍ର ହସ୍ତାନ୍ତର ପାଇଁ କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ । କେନ୍ଦ୍ର ସରକାରଙ୍କ ଟେକ୍ନିକାଲ କମିଟି ଦ୍ୱାରା ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି । ଏହି ନିଷ୍ପତ୍ତି ସମ୍ପର୍କରେ ବୀମା କମ୍ପାନୀ ଓ ସମସ୍ତ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories