www.samajalive.in
Saturday, December 6, 2025
19.1 C
Bhubaneswar

ମଙ୍ଗଳବାର ଦିଲ୍ଲୀରେ ଆନ୍ଦୋଳନ କରିବେ କୃଷକ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଓ ଚାଷୀ ସଙ୍ଗଠନ ଆନ୍ଦୋଳନର ବାହାରିଲାନି ସମାଧାନର ବାଟ। ମଙ୍ଗଳବାର ଦିଲ୍ଲୀରେ ଗର୍ଜିବେ ବିଭିନ୍ନ ଚାଷୀ ସଙ୍ଗଠନ। ଦିନ ୧୦ଟା ବେଳେ ଆନ୍ଦୋଳନ ଥିବାବେଳେ  ପ୍ରାୟ ୨୦ ହଜାର ଚାଷୀ ଏବେ ଦିଲ୍ଲୀ ମୁହାଁ ହୋଇଛନ୍ତି। ଏମ,ସପି, କୃଷି ଏବଂ କୃଷକଙ୍କ ସୁରକ୍ଷା ନେଇ ଆଇନ୍ ଆଣିବାକୁ ସଂଯୁକ୍ତ କିଷାନ ମୋର୍ଚ୍ଚା ଏବଂ କିଷାନ୍ ମଜଦୁର ମୋର୍ଚ୍ଚା ଦାବି କରିଛି। ତେବେ କୃଷକଙ୍କ ଆନ୍ଦୋଳନକୁ ଦୃଷ୍ଟି ରଖି ଦିଲ୍ଲୀରେ କଟକଣା ଜାରି କରିଛନ୍ତି କମିଶନର। ମାର୍ଚ୍ଚ ୧୨ ତାରିଖ ଯାଏଁ ଦିଲ୍ଲୀରେ ବଡ ଧରଣର ସମାବେଶ ଉପରେ ରୋକ୍ ଲଗାଯାଇଛି। ରାଜଧାନୀ ଭିତରକୁ ଟ୍ରାକ୍ଟର ପ୍ରବେଶ ଉପରେ ବାରଣ କରାଯାଇଛି। ଇଟା, ପଥର , ବୋମା ଏବଂ ସୋଢା ବୋତଲ ଉପରେ ମଧ୍ୟ ପୁଲିସର ନଜର ରହିଛି। କୃଷକଙ୍କୁ ଦିଲ୍ଲୀ ସୀମାରୁ ଦୂରେଇ ରଖିବାକୁ ପୁଲିସ ବ୍ୟାପକ ବ୍ୟବସ୍ଥା କରିଛି। ଦିଲ୍ଲୀ-ଉତ୍ତରପ୍ରଦେଶ ସୀମାରେ ୧୪୪ ଧାରା ଜାରି କରି ସୁରକ୍ଷାକୁ କଡାକଡି କରାଯାଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories