www.samajalive.in
Wednesday, December 10, 2025
26.1 C
Bhubaneswar

ୟୁପିରେ ଶିଶୁଙ୍କୁ ବନ୍ଧକ ରଖିଥିବା ଘଟଣା : ସମସ୍ତ ଶିଶୁ ସୁରକ୍ଷିତ ଉଦ୍ଧାର, ପୁଲିସ ଗୁଳିରେ ଦୁର୍ବୃତ୍ତ ମୃତ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ଫରୁକାବାଦ ଜିଲ୍ଲାରେ ଜଣେ ଦୁର୍ବୃତ୍ତ ଗୁରୁବାର ଅପରାହ୍ନରୁ ପ୍ରାୟ ୨୩ଜଣ ଶିଶୁଙ୍କୁ ଏକ ଘରେ ବନ୍ଦ କରି ରଖିଥିବା ଘଟଣାରେ ପୁଲିସକୁ ବଡ଼ ସଫଳତା ମିଳିଛି । ପୁଲିସ ୨୩ଜଣ ଶିଶୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ଦୁର୍ବୃତ୍ତକୁ ଗୁଳି କରିଛି। ଏଥିସହ ଏହି ରେସକ୍ୟୁ ଅପରେସନରେ ସାମିଲ ଥିବା ପୁଲିସଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି। ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ପୁରସ୍କାର ଘୋଷଣା କରାଯାଇଛି।

ସୂଚନା ଅନୁସାରେ, ସୁଭାଷ ନାମକ ଜଣେ ଦୁର୍ବୃତ୍ତ ଗୁରୁବାର ଅପରାହ୍ନରେ ଝିଅର ଜନ୍ମ ଦିନ ବାହାନାରେ ଗାଁର ପିଲାମାନଙ୍କୁ ନିଜ ଘରକୁ ଡାକିଥିଲା । ସବୁ ଶିଶୁ ଦ୍ବିପ୍ରହର ୨ଟା ୩୦ ସୁଦ୍ଧା ଘରେ ପହଞ୍ଚିଥିଲେ । ଏହାପରେ ସେ ଭିତର ପଟୁ କବାଟ ବନ୍ଦ କରିଥିଲା । ପ୍ରାୟ ୪ଟା ୩୦ ମିନିଟ ସମୟରେ ଜଣେ ମହିଳା ନିଜର ପିଲାକୁ ଆଣିବା ପାଇଁ ସୁଭାଷଙ୍କ ଘରେ ପହଞ୍ଚିବା ପରେ ଜାଣିବାକୁ ପାଇଥିଲେ ଯେ ଭିତରେ ପିଲାମାନେ ବନ୍ଧକ ଅବସ୍ଥାରେ ଅଛନ୍ତି ।  ମହିଳା ଜଣଙ୍କ ଏନେଇ ତୁରନ୍ତ ପୋଲିସକୁ ସୂଚନା ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା, କିନ୍ତୁ ଅପରାଧୀ ସୁଭାଷ ଆଗରେ ସୁରକ୍ଷାକର୍ମୀ ଉପାୟଶୂନ୍ୟ ହୋଇଥିଲେ । ସେ ଘର ଭିତରୁ ଦେଶୀ ବୋମ ଏବଂ ଦେଶୀ ବନ୍ଧୁକକୁ ଫାଏରିଂ କରିବା ଆରମ୍ଭ କରିଥିଲା । ଏକ ବୋମା ବିସ୍ଫୋରଣରେ ପାଖରେ ଥିବା କାନ୍ଥ ଭୁଶୁଡ଼ି ଦୁଇ ଜଣ ପୋଲିସକର୍ମୀ ଆହତ ମଧ୍ୟ ହୋଇଥିଲେ ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories