www.samajalive.in
Monday, December 8, 2025
24.1 C
Bhubaneswar

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପୁଲିସ ତଦନ୍ତ ଆରମ୍ଭ

ପୋଲସରା: କବିସୂର୍ଯ୍ୟନଗର ଥାନା ସାନ ଉସ୍ତାପଡ଼ା ଗାଁରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଦୁର୍ବୃତ୍ତମାନଙ୍କ ମରଣାନ୍ତକ ଆକ୍ରମଣରେ ଯୁବକଙ୍କ ୯୦ ପ୍ରତିଶତ ହାତ କଟି ଯାଇଛି। ଆକ୍ରମଣର ଶିକାର ହୋଇଥିବା ଯୁବକଙ୍କ ନାମ ବଣ୍ଟି ପ୍ରଧାନ ବୋଲି ଜଣାପଡ଼ିଛି।

ଆଜି ସାନ ଉସ୍ତାପଡ଼ା ଗାଁର ବଣ୍ଟି ପ୍ରଧାନଙ୍କୁ ମରଣାନ୍ତକ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଏଥିରେ ତାଙ୍କର ୯୦ ପ୍ରତିଶତ ହାତ କଟି ଯାଇଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଖବର ପାଇ କବିସୂର୍ଯ୍ୟନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories