www.samajalive.in
Saturday, December 6, 2025
26.1 C
Bhubaneswar

ଚନ୍ଦକାରୁ ନରକଙ୍କାଳ ଉଦ୍ଧାର ଘଟଣା: ବାପା-ପୁଅ ଗିରଫ, ଗୁଣି ସନ୍ଦେହରେ କରିଥିଲେ ହତ୍ୟା

ସମାଜଲାଇଭ ଡେସ୍କ: ଚନ୍ଦକା ଜଙ୍ଗଲରୁ ନରକଙ୍କାଳ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଏହି ନରକଙ୍କାଳ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କର। ତାଙ୍କୁ ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦିଆଯାଇଥିବା ପୁଲିସ ତଦନ୍ତରୁ ଜାଣିବାକୁ ପାଇଛି। ଏହା ସହିତ ଏହି ଘଟଣାରେ ପୁଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବାପା-ପୁଅ। ଅଭିଯୁକ୍ତଙ୍କୁ ପୁଲିସ ଘଟଣାସ୍ଥଳକୁ ନେଇ କ୍ରାଇମସିନ୍‌ ରିକ୍ରିଏସନ କରିଛି। ଏ ନେଇ ପୁଲିସ କମିଶନର ଏସ. ଦେବଦତ୍ତ ସିଂହ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ମାସକ ତଳେ ପିତାଗାଡ଼ିଆ ପାଟଣାର ଜଣେ ୭୦ ବର୍ଷୀୟ ବୃଦ୍ଧ ବଳରାମ ଦେଓଗାମ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଜବତ ହୋଇଥିବା ନରକଙ୍କାଳଟି ବଳରାମଙ୍କର ବୋଲି ପୁଲିସ ସ୍ପଷ୍ଟ କରିଛି। ଗୁଣି ସନ୍ଦେହରେ ବଳରାମଙ୍କୁ ହତ୍ୟା କରାଯାଇଥିବା ପୁଲିସ କହିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories