www.samajalive.in
Saturday, December 6, 2025
23.1 C
Bhubaneswar

ପୁଅକୁ ଛୁରି ଭୁସି ହତ୍ୟା କଲା ବାପା

ସମାଜ ଡିଜିଟାଲ ଡେସ୍କ: ପୁଅକୁ ଛୁରି ଭୁସି ହତ୍ୟା କରିଛି ବାପା। ନିଶାସକ୍ତ ଅବସ୍ଥା​ରେ ନିଜ ନାବାଳକ ପୁଅକୁ ହତ୍ୟା କରିବା ଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲାର ଖଇରା ଥାନା ଅନ୍ତର୍ଗତ ନରମା ଗ୍ରାମରେ। ଘଟଣା ପରେ ଅଭିଯୁକ୍ତ ବାପା ଫେରାର ହୋଇଯାଇଛି। ସୂଚନା ଅନୁସାରେ, ଅଭିଯୁକ୍ତ ଜଣକ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲା। କୌଣସି କାରଣକୁ ନେଇ ସ୍ତ୍ରୀ ସହିତ ତା’ର ଝଗଡ଼ା ହୋଇଥିଲା। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟ​‌ରେ ପାଟିତୁଣ୍ଡ ଚାଲିଥିବାବେଳେ ପୁଅ ପହଞ୍ଚି ବାପାକୁ ବିରୋଧ କରିଥିଲା। ଏହାକୁ ନେଇ ନିଶାସକ୍ତ ବାପା ପୁଅକୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି। ଥାନା​ରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା ଲାଗି ପୁଲିସ ଉଦ୍ୟମ କରୁଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories