www.samajalive.in
Wednesday, December 10, 2025
18.1 C
Bhubaneswar

ପୁଅକୁ ଛୁରି ଭୁସି ହତ୍ୟା କଲା ବାପା

ସମାଜ ଡିଜିଟାଲ ଡେସ୍କ: ପୁଅକୁ ଛୁରି ଭୁସି ହତ୍ୟା କରିଛି ବାପା। ନିଶାସକ୍ତ ଅବସ୍ଥା​ରେ ନିଜ ନାବାଳକ ପୁଅକୁ ହତ୍ୟା କରିବା ଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲାର ଖଇରା ଥାନା ଅନ୍ତର୍ଗତ ନରମା ଗ୍ରାମରେ। ଘଟଣା ପରେ ଅଭିଯୁକ୍ତ ବାପା ଫେରାର ହୋଇଯାଇଛି। ସୂଚନା ଅନୁସାରେ, ଅଭିଯୁକ୍ତ ଜଣକ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲା। କୌଣସି କାରଣକୁ ନେଇ ସ୍ତ୍ରୀ ସହିତ ତା’ର ଝଗଡ଼ା ହୋଇଥିଲା। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟ​‌ରେ ପାଟିତୁଣ୍ଡ ଚାଲିଥିବାବେଳେ ପୁଅ ପହଞ୍ଚି ବାପାକୁ ବିରୋଧ କରିଥିଲା। ଏହାକୁ ନେଇ ନିଶାସକ୍ତ ବାପା ପୁଅକୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି। ଥାନା​ରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା ଲାଗି ପୁଲିସ ଉଦ୍ୟମ କରୁଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories