www.samajalive.in
Monday, December 8, 2025
27.1 C
Bhubaneswar

ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର: ଆସନ୍ତା ବର୍ଷ ଫେବ୍ରୁଆରୀ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏନେଇ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଏଥର ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ୨ ତାରିଖରେ ଶେଷ ହେବ। ପରୀକ୍ଷାର ପ୍ରଥମ ଦିନରେ ଓଡିଆ, ୨୨ ତାରିଖରେ ଇଂରାଜୀ ଏବଂ ୨୪ ତାରିଖରେ ସଂସ୍କୃତ/ହିନ୍ଦୀ ପରୀକ୍ଷା ହେବ। ସେହିପରି ଫେବ୍ରୁଆରୀ ୨୬ ତାରିଖରେ ଗଣିତ, ୨୮ ତାରିଖରେ ସାଧାରଣ ବିଜ୍ଞାନ, ମାର୍ଚ୍ଚ ୧ ତାରିଖରେ ପ୍ରାକ୍ଟିକାଲ ଏବଂ ଶେଷରେ ମାର୍ଚ୍ଚ ୨ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ। ପରୀକ୍ଷାର ସମୟ ସକାଳ ୧୦ଟାରୁ ଦିନ ୧୨ଟା ୩୦ ମିନିଟ୍ ପର୍ଯ୍ୟନ୍ତ ରହିବ। ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ୧୫ ମିନିଟ୍ ଅଧିକ ସମୟ ମିଳିବ ବୋଲି ସୂଚନା ମିଳିଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories