www.samajalive.in
Monday, December 8, 2025
27.1 C
Bhubaneswar

ନୂତନ ପ୍ରଦେଶ କଂଗ୍ରେସ ସଭାପତିଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର :  ପ୍ରଦେଶ କଂଗ୍ରେସ ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଗଣେଶ୍ୱର ବେହେରା, ମୁଖପାତ୍ର ତଥା ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ମୁଖପାତ୍ର ତଥା ସେବାଦଳର ଅଧ୍ୟକ୍ଷ ଡ. ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଓ ଅନ୍ୟମୁଖପାତ୍ର ମାନେ ଶନିବାର ନୂତନ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ସମ୍ବର୍ଦ୍ଧିତ କରିଛନ୍ତି। ଶରତ ପଟ୍ଟନାୟକ ଗଣମାଧ୍ୟମର ସମସ୍ତ ମୁଖପାତ୍ର ମାନଙ୍କ ସହିତ ଦୀର୍ଘ ସମୟଧରି ଆଲୋଚନା କରିଥିଲେ । ଏହି ଅବସରରେ ସେ ସ୍ପଷ୍ଟ ଭାବରେ କହିଥିଲେ ଗଣମାଧ୍ୟମ ବିଭାଗର ମୁଖପାତ୍ର ମାନେ ବିର୍ତକରେ ଭାଗନେଲା ବେଳେ କଂଗ୍ରେସର ଚିନ୍ତାଧାରା ଓ ପାର୍ଟିର ନିଷ୍ପତ୍ତିକୁ ବଳିଷ୍ଠ ଭାବରେ ଉପସ୍ଥାପିତ କରିବା ଉଚିତ । ତତ୍‌ସହିତ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କର ସମସ୍ତ ଜନବିରୋଧି ନିଷ୍ପତ୍ତିକୁ ତଥ୍ୟ ସମ୍ବଳିତ ଆକାରରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉପସ୍ଥାପନ କରିବା ଉଚିତ । ଆସନ୍ତା ଦିନରେ କଂଗ୍ରେସ ସାମାଜିକ ଗଣମାଧ୍ୟମକୁ ଅଧିକ କ୍ରିୟାଶୀଳ କରିବାପାଇଁ ସେ ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ଅଭିଶେଷ ମହାନନ୍ଦଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଆଲୋଚନାରେ ଅନ୍ୟମାନଙ୍କ ମଧ୍ୟରେ ମୁଖପାତ୍ର  ମନୋରଞ୍ଜନ ଦାଶ, ରଜନୀ କୁମାର ମହାନ୍ତି, ଅମୀୟ ପାଣ୍ଡବ, ପଦ୍ମାକର ଗୁରୁ, ନିଶିକାନ୍ତ ମିଶ୍ର, ପ୍ରଶାନ୍ତ ଶତପଥି, ଜ୍ଞାନଦେବ ବେଉରା, ସୁଦର୍ଶନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories