www.samajalive.in
Saturday, December 6, 2025
16.1 C
Bhubaneswar

କାର-ବାଇକ ମୁହାଁମୁହିଁ ଧକ୍କା ,ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ମୃତ୍ୟୁ

ଫୁଲବାଣୀ : ସୋମବାର କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା କେରେଡ଼ି ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି।ସୂଚନା ଅନୁସାରେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ମାଣିକେଶ୍ବର ପଂଚାୟତ ଶିଶପାଙ୍ଗା ଗାଁର ଯୁଗଳ ପ୍ରଧାନ ନାମକ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ତାଙ୍କ ଜଣେ ସମ୍ପରକୀୟଙ୍କୁ ନେଇ ନିଜ ଗାଁରୁ ଫୁଲବାଣୀ ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତିରେ ଆସୁଥୁବା ଏକ କାର ଫୁଲବାଣୀ ଠାରୁ ବ୍ରହ୍ମପୁର ମୁଖ୍ୟ ରାସ୍ତାର କେରେଡ଼ି ଗ୍ରାମନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଫଳରେ ଘଟଣାସ୍ଥଳରେ ସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକରେ ବସିଥିବା ଅନ୍ୟଜଣେ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା କାରଟି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ସହରର ବୋଲି ଜଣାପଡିଥିବା ବେଳେ ଏହି ଦୁର୍ଘଟଣାରେ କାରର ଡ୍ରାଇଭର ମଧ୍ୟ ଆହତ ହୋଇଥିବା ଜଣାପଡିଛି। ଅନ୍ୟପଟେ ଘଟଣାସ୍ଥଳରେ ସଦର ଥାନା ପୁଲିସ ପହଂଚି ଏହି ଦୁର୍ଘଟଣାକୁ ନେଇ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି। ସେପଟେ ଦୁର୍ଘଟଣା ଘଟାଇଥିବା କାରର ଡ୍ରାଇଭର ଥାନାରେ ଆତ୍ମସମର୍ପଣ କରିଥିବା ବେଳେ ଡ୍ରାଇଭର ଜଣକ ଫିରିଙ୍ଗିଆର ବାଦଲ ଗୌଡ଼। ସେ ଗାଡି ମାଲିକ ଗୋବିନ୍ଦ ଗୌଡ଼ଙ୍କ ପୁଅ ବୋଲି ଜଣାପଡିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories