www.samajalive.in
Saturday, December 6, 2025
17.1 C
Bhubaneswar

ଆଦିବାସୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହରେ ଫିରିଙ୍ଗିଆ ପଞ୍ଚାୟତ ଅଧୀନସ୍ଥ ୩ଟି ଗ୍ରାମର ଆଦିବାସୀଙ୍କୁ ୩୫ଟି ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏହି ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଫିରିଙ୍ଗିଆ ପଞ୍ଚାୟତ ସମିତି ସଭ୍ୟା ମୌସୁମୀ ପ୍ରଧାନ ଯୋଗ ଦେଇ ଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଇପ୍ସିତା ଜେନା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଚକ୍ରଧର ମହାରଣା, ଏଡିଓ ସଦାନନ୍ଦ ଅମାତ୍ୟ, ରାଜସ୍ବ ନିରୀକ୍ଷକ ସୁଭଦର୍ଶିନୀ ମହାରଣା ଓ ପ୍ରଦାନ ସ୍ବେଛାସେବୀ ଅନୁଷ୍ଠାନର ସଦସ୍ୟମାନେ ଉପସ୍ଥିତ ରହି ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଥିଲେ। ଫିରିଙ୍ଗିଆ ପଞ୍ଚାୟତର ନାହାଣା ଗାଁ, ସିଟିକା ପଟି, ଫିରିଙ୍ଗିଆ ଅଞ୍ଚଳର ୩୫ ଜଣ ଆଦିବାସୀ ମାନେ ଉପସ୍ଥିତ ରହି ଜଙ୍ଗଲ ଜମି ପଟ୍ଟା ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟ ତରଫରୁ ଅନୁଷ୍ଠିତ ହୋଇଥିଲା।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories