www.samajalive.in
Wednesday, December 10, 2025
17.1 C
Bhubaneswar

ଭାରସାମ୍ୟ ହରାଇ କାର୍‌ ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ

ଫୁଲବାଣୀ : କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଞ୍ଚଳର ୫ ଜଣ ଯୁବକ ଏକ୍‌ କାର ଯୋଗେ ଚାରିଛକରୁ ନିଜ ଗାଁକୁ ଆସୁଥିଲେ। ହେଲେ ବୌଦ୍ଧ ଜିଲା ପୁରୁଣାକଟକ ଥାନା ଝାଡ୍ରାଜିଙ୍ଗଠାରେ କାର୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ଅଗ୍ନିଶମ ବାହିନୀ ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରୁ ୨ ଜଣଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣାସ୍ଥଳରେ ପୁରୁଣାକଟକ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଓ ଗୁରୁତରମାନେ କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଧୀନ ସୁଡୁକୁମ୍ପା ପଞ୍ଚାୟତ ରାଣୀପଥର ଗ୍ରାମର। ମୃତ ଯୁବକ ହେଲେ ସ୍ବର୍ଗତ ସାଗର ମଲିକଙ୍କ ପୁଅ ଗଙ୍ଗାଧର ମଲିକ(୨୦)। ଗୁରୁତରମାନେ ହେଲେ ରାଜେଶ ବେହେରା, ଚନ୍ଦନ ସାହୁ, ବିରୁପକ୍ଷ ବେହେରା, ସାଇଲ ଖାନ।

ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories