www.samajalive.in
Saturday, December 6, 2025
15.1 C
Bhubaneswar

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

ଫୁଲବାଣୀ : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ। ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ ମେଡିକାଲ କଲେଜକୁ ଯାଇ ସେଠାରେ ସେ ମେଡିକାଲ କଲେଜ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦବୋଧନ ଦେଇଥିଲେ।

ଜୁନ୍‌ ୧୫କୁ ଅପେକ୍ଷା ; ୧୨ ବର୍ଷ ପରେ ଏକାଠି ହେବେ ସୂର୍ଯ୍ୟ,ଗୁରୁ,ବୁଧ : ଏହି ୩ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହଠାତ୍‌ ମିଳିବ ଏସବୁ..

- Advertisement -

ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ୍ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପଢିବା ବ୍ୟବସ୍ଥା ଥିବାବେଳେ ଏଠାରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ରହିଛି। ଚଳିତ ଶିକ୍ଷା ବର୍ଷରୁ ଏଠାରେ ପାଠପଢା ଆରମ୍ଭ ହେବ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଫୁଲବାଣୀ ଗସ୍ତ। ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି।

ଖୁସି ଖବର; କମିଲା ସୁନା, ୩ ହଜାର ଟଙ୍କା କମିଲା ଦାମ୍‌!

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories