www.samajalive.in
Monday, December 8, 2025
27.1 C
Bhubaneswar

କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆୟୋଜିତ

ଫୁଲବାଣୀ : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଜାଦୀ କା ଅମୃତ ମହୋତ୍ସବ ସାରା ଦେଶରେ ଧୁମ୍ ଧାମରେ ପାଳନ କରାଯାଉଛି। ଏହି ଅବସରରେ କନ୍ଧମାଳ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଧୁମ୍ ଧାମରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ନାହାର ସିଂ ମୀନା କାର୍ଯ୍ୟକ୍ରମ ଉଦ୍ ଘାଟନ କରିବା ସହିତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧିତ କରିଥିଲେ। ଘରେ ଘରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ  ସାଧାରଣଙ୍କୁ ସଚେତନ କରିବା ପାଇଁ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଦ୍ୱାରା ଉକ୍ତ ଅଞ୍ଚଳରେ ଏକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ବିଦ୍ୟାଳୟର ଶିକ୍ଷକ ନୀରଜ ସିଂ , ସତ୍ୟ ରଂଜନ ନାଗ , ପ୍ରଶାନ୍ତ କୁମାର ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶିକ୍ଷକ କିରଣ କୁମାର ଭୋଇ , ଡ଼ି.ଦେଶମୁଖ ତଥା ଅନ୍ୟ ସମସ୍ତ ଶିକ୍ଷକ ମାନେ ସହଯୋଗ କରିଥିବା ବେଳେ ଆୟୋଜିତ ହୋଇଥିବା ଶୋଭାଯାତ୍ରାରେ ଶତାଧିକ ଛାତ୍ରଛାତ୍ରୀ ମାନେ ସାମିଲ୍ ହୋଇଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories