www.samajalive.in
Saturday, December 6, 2025
14.1 C
Bhubaneswar

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲା ; ଅଭିଯୁକ୍ତକୁ ୩ ବର୍ଷ ଜେଲ ,୨ ହଜାର ଟଙ୍କା ଜୋରିମାନା

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ସୁଧାକର ପୃଷ୍ଠିଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୧ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।
ଘଟଣା ଅନୁସାରେ ଗତ ୨୪.୧୦. ୨୦୨୦ ତାରିଖ ଦିନ ନାବାଳିକା ଜଣକ ଫୁଲ ତୋଳିବାକୁ ଗାଁ ସ୍କୁଲକୁ ଯାଉଥିବା ବେଳେ ବରଡିକିଆ ଗ୍ରାମର ସୁଧାକର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରିଥିଲା।  ପରେ ନାବାଳିକାର ପରିବାର ଚକାପାଦ ଥାନାରେ ଏତଲା ଦେଇଥିଲେ । ପୁଲିସ ଏ ସଂକ୍ରାନ୍ତରେ ୫୬/୨୦ ମାମଲା ରୁଜ୍ଜୁ କରିବା ସହ ଅଭିଯୁକ୍ତ ସୁଧାକରକୁ ଗିରଫ କରି ପୋସ୍କୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା।  ସେହି ମାମଲାରର ବିଚାରଣ କରି ବିଚାରପତି ଉପୋରୋକ୍ତ ରାୟ ଶୁଣାଇଛନ୍ତି । ଏଥି ସହିତ ଏହି ମାମଲାରେ ପୀଡିତାର ପରିବାରକୁ ଆଇନସେବା ପ୍ରାଧିକରଣ ତରଫରୁ ୧ ଲକ୍ଷ ୫୦ହଜାର ଟଙ୍କା କ୍ଷତି ପୂରଣ ରାଶି ଯୋଗାଇ ଦେବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories