www.samajalive.in
Saturday, December 6, 2025
16.1 C
Bhubaneswar

ସରକାରୀ ଅର୍ଥ ଆତ୍ମସାତ ; ପ୍ରଧାନ ଶିକ୍ଷକଙ୍କ ସମେତ ତିନି ଜଣଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ : ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଆଜି ଜଣେ ପ୍ରଧାନ ଶିକ୍ଷକଙ୍କ ସମେତ ତିନିଜଣଙ୍କୁ ୪ ବର୍ଷ ଲେଖାଏଁ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଦୋଷୀ ମାନଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଭିଯୁକ୍ତ ମାନଙ୍କୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ଅଭିଯୁକ୍ତ ମାନେ ହେଲେ ଖଜୁରୀପଡା ବ୍ଲକ ଘାଟିତଳ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ପ୍ରଧାନ ଶିକ୍ଷକ କିଶୋର କୁମାର ଦାସ,ସର୍ବଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ପୃଥ୍ବୀରାଜ ଲେଙ୍କା ଓ ବିଦ୍ୟାଳୟ କମିଟି ସଭାପତି ସୁବୀନ୍ଦ୍ର କହଁର।
ସୂଚନା ଅନୁସାରେ, ୨୦୧୪ ମସିହାରେ ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ସର୍ବଶିକ୍ଷା ଅଭିଯାନ ପାଣ୍ଠିରୁ ୯ ଲକ୍ଷ ୯୬ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ଏହି ଅର୍ଥରୁ ୮ ଲକ୍ଷ ୯୬ ହଜାର ଟଙ୍କା ଉଠା ଯାଇଥିଲା। ତେବେ ଗୃହ ନିର୍ମାଣ କାର୍ୟ୍ୟ ସମ୍ପୂର୍ଣ୍ଣ ହୋଇ ନ ଥିଲା। ଅଭିଯୁକ୍ତ ମାନେ କାମ ନ କରି ଏହି ଅର୍ଥ ହଡପ କରିବା ଅଭିଯୋଗ ହୋଇଥିଲା। ଏ ନେଇ ଭିଜିଲାନ୍ସ ବିଭାଗରେ ଅଭିଯୋଗ ହେବା ପରେ ଡିଏସପି ହରେକୃଷ୍ଣ ବେହେରା ତଦନ୍ତ କରି ଅଭିଯୋଗରେ ସତ୍ୟତା ଥିବା ଜାଣିବା ପରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୩/୧୪ ରେ ଏକ ମାମଲା ରୁଜୁ କରାଯାଇଥିଲା। ଆଜି ଏହି ମାମଲାର ଶୁଣାଣି କରି ଫୁଲବାଣୀ ଭିଜିଲାନ୍ସ ଅଦାଲତ ବିଚାରପତି ସମର ବିଳାସ ବେହେରା ୨୧ ଜଣ ସାକ୍ଷୀଙ୍କ ବୟାନ ଓ ତଥ୍ୟ ପ୍ରମାଣ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି ଭି ରାମଦାସ ପରିଚାଳନା କରୁଥିଲେ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories