ଫୁଲବାଣୀ : କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ଜୁଡ଼ାବାଲି ପଂଚାୟତର ଶ୍ରାଲିଗୁଡ଼ା ଗ୍ରାମର ମହିଳା ଚଇତି ମଲିକ(୪୫)ସର୍ପାଘାତ ଯୋଗୁଁ ମୃତ୍ୟୁବରଣ କରିଛନ୍ତି। ଘରେ ଶୋଇଥିବା ସମୟରେ ଏକ ବିଷାକ୍ତ ସାପ କାମୁଡିବା ଯୋଗୁଁ ସେ ଗୁରୁତର ହୋଇ ପଡ଼ିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ କୋଟଗଡ଼ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲେ ମଧ୍ୟ ଡ଼ାକ୍ତରମୃତ ଘୋଷଣା କରିଥିଲେ। ଏନେଇ କୋଟଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଶବକୁ ବାଲିଗୁଡ଼ାକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି। ଏହାକୁନେଇ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
Popular Categories



