www.samajalive.in
Saturday, December 6, 2025
15.1 C
Bhubaneswar

ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଆକ୍ରମଣ ଘଟଣା ; ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଆକ୍ରମଣ ଘଟଣାରେ ଟାଉନ ଥାନା ପୁଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ମାନେ ହେଲେ ସୂର୍ୟ୍ୟକାନ୍ତ ପଟ୍ଟନାୟକ ଓ ମନୋରଞ୍ଜନ ସାହୁ ।ସୂଚନାଯୋଗ୍ୟ, ଗତ ୬ ତାରିଖ ରାତିରେ ସୂର୍ୟ୍ୟକାନ୍ତ ଅନ୍ୟ କିଛି ଯୁବକଙ୍କ ସହ ମିଶି ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତୀ ପ୍ରିୟବ୍ରତ ସାମନ୍ତରାୟଙ୍କ ସରକାରୀ ବାସଭବନରେ ପଶି ମାଡ ମାରିଥିଲେ । ପାଖରେ ଥିବା ଫିରିଙ୍ଗିଆ କନିଷ୍ଠ ଯନ୍ତ୍ରୀ ଶାନ୍ତନୁ ସ୍ବାଇଁ ଏହାର ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଅଭିଯୁକ୍ତ ମାନେ ମାଡ ମାରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ୭ ତାରିଖ ଦିନ ଉଭୟ ଟାଉନ ଥାନାରେ ଏତଲା ଦେଇଥିଲେ। ପୁଲିସ ମାମଲା ରୁଜ୍ଜୁ କରି ଅଭିଯୁକ୍ତ ମାନଙ୍କୁ ଖୋଜୁଥିଲା। ଏହି ଘଟଣାକୁ ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମଧ୍ୟ ତୀବ୍ର ନିନ୍ଦା କରାଯିବା ସହ ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରାଯାଇଥିଲା। ଘଟଣାରେ ସଂପୃକ୍ତ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଟାଉନ ଥାନା ଅଧିକାରୀ ସୁଶାନ୍ତ କୁମାର ସେଠୀ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories