www.samajalive.in
Sunday, December 7, 2025
26.1 C
Bhubaneswar

ବାୟୁସେନାର ଯୁଦ୍ଧ ବିମାନ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ

ବେଙ୍ଗାଲୁରୁ: ଭାରତୀୟ ବାୟୁସେନାର ମିରାଜ ୨୦୦୦ ଯୁଦ୍ଧ ବିମାନ ଶୁକ୍ରବାର ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ (ଏଚଏଏଲ) ବିମାନ ବନ୍ଦରରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଦୁଇ ପାଇଲଟଙ୍କ ମୃତ୍ୟୁ ଘଟିଛି ।

ଏଚଏଏଲ ବିମାନ ବନ୍ଦର ପୁଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ମିରେଜ୍‌ ୨୦୦୦ ଯୁଦ୍ଧ ବିମାନ ଶୁକ୍ରବାର ସକାଳେ ପରୀକ୍ଷାମୂଳକ ଭାବେ ଉଡ଼ାଣ କରାଯାଉଥିବା ବେଳେ ଦିନ ପ୍ରାୟ ସାଢେ ୧୦ଟା ବେଳେ ହଠାତ୍ ବିମାନରେ ବିସ୍ଫୋରଣ ହୋଇଥିଲା । ପରେ ବିମାନରେ ନିଆଁ ଲାଗି ତଳକୁ ଖସି ପଡିଥିଲା। ଫଳରେ ଘଟଣାସ୍ଥଳରେ ଜଣେ ପାଇଲଟଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ମୃତଦେହ ସମ୍ପୂର୍ଣ୍ଣ ଜଳି ଯାଇଛି । ଅଗ୍ନିଶମ ବିଭାଗ କର୍ମଚାରୀ ଓ ବିମାନ ବନ୍ଦର କର୍ତ୍ତୃପକ୍ଷ ବହୁ କଷ୍ଟରେ ନିଆଁକୁ ଆୟତ୍ତ କରିଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଜଣେ ପାଇଲଟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ସ୍ଥାନୀୟବାସିନ୍ଦା ଏବଂ ବିମାନ ବନ୍ଦରରେ ଉପସ୍ଥିତ ଥିବା ଯାତ୍ରୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ।

- Advertisement -

ସୂଚନାଯୋଗ୍ୟ, ସୋମବାର ଗୋରଖପୁର ବାୟୁସେନା ବିମାନ ବନ୍ଦରରୁ ଉଡାଣ ଭରିବା କିଛି ସମୟ ପରେ କୁଶୀନଗରର ହେତିମପୁର ଅଞ୍ଚଳରେ ଜାଗୁଆର ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ପରେ ନିଆଁ ଲାଗିଯିବା ଫଳରେ ଜାଗୁଆର ବିମାନଟି ସଂପୂର୍ଣ୍ଣ ରୂପେ ଜଳି ଯାଇଥିଲା । ଏହି ଦୁର୍ଘଟଣାରୁ ପାଇଲଟ ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଥିଲେ । ପୂର୍ବରୁ ଗତ ଜୁନ୍ ମାସରେ ମଧ୍ୟ ସମାନ ଢ଼ଙ୍ଗରେ ଅନ୍ୟ ଏକ ଜାଗୁଆର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories