www.samajalive.in
Monday, December 8, 2025
24.1 C
Bhubaneswar

ୟୁପି : ସପ୍ତମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ସପ୍ତମ ତଥା ଶେଷ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି ହେବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ମାର୍ଚ୍ଚ ୭ ତାରିଖରେ ୯ଟି ଜିଲ୍ଲାର ୫୪ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହେବ। ସେଥି ମଧ୍ୟରୁ ୧୧ଟି ଆସନ ଅନୁସୂଚିତ ଜାତିର ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ଥିବା ବେଳେ ଦୁଇଟି ଆସନ ଅନୁସୂଚିତ ଜନଜାତିର ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ରହିଛି ।
ଆଜମଗଡ଼, ମଉ, ଜଉନପୁର, ଚନ୍ଦୌଲି, ଗାଜିପୁର, ବାରାଣସୀ, ମିର୍ଜାପୁର, ସୋନଭଦ୍ରା ଓ ଭଦୋହି ନିର୍ବାଚନ ମଣ୍ଡଳୀରେ ସପ୍ତମ ପର୍ଯ୍ୟାୟରେ ଭୋଟ୍‍ ଗ୍ରହଣ କରାଯିବ। ପ୍ରାର୍ଥୀପତ୍ର
ଦାଖଲର ଶେଷ ଦିନ ଆସନ୍ତା ୧୭ ତାରିଖ ରହିଛି । ୧୮ ତାରିଖରେ ପ୍ରାର୍ଥୀପତ୍ର ଗୁଡ଼ିକୁ ଯାଞ୍ଚ୍‍ କରାଯିବ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଆସନ୍ତା ୨୧ ତାରିଖ ରହିଛି । ମାର୍ଚ୍ଚ ୧୦ ତାରିଖରେ ସମସ୍ତ ୭ଟି ଯାକ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‍ ଗଣତି ହେବ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories