www.samajalive.in
Thursday, December 11, 2025
15.1 C
Bhubaneswar

ତୃତୀୟ ପର୍ଯ୍ୟାୟ ନିର୍ବାଚନ : ୪୧୭ ପ୍ରାର୍ଥୀ, ୯୨ଲକ୍ଷରୁ ଅଧିକ ମତଦାତା

ଭୁବନେଶ୍ୱର : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହିତ ଶେଷ ହୋଇଥିବା ବେଳେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ସରଗରମ ହୋଇ ଉଠିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ୭୩.୭୬ ପ୍ରତିଶତ ମତଦାନ ହୋଇଥିବା ବେଳେ ନବରଙ୍ଗପୁର ଲୋକସଭା ଆସନରେ ସର୍ବାଧିକ ୭୮.୯୩ ପ୍ରତିଶତ ମତଦାନ ହୋଇଛି ।
ତେତେ ତୃତୀୟ ପର୍ଯ୍ୟାୟରେ ଆସନ୍ତା୨୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ମୋଟ ୪୧୭ ଜଣ ପ୍ରାର୍ଥୀ ନିର୍ବାଚନ ମୈଦାନରେ ଅଛନ୍ତି । ୬ଟି ଲୋକସଭା ଆସନ ପାଇଁ ୬୧ଜଣ ପ୍ରାର୍ଥୀ ଥିବା ବେଳେ ୪୨ଟି ବିଧାନସଭା ଆସନ ପାଇଁ ୩୫୬ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି। ଲୋକସଭା ଆସନ ପାଇଁ ୬୧ଜଣ ପ୍ରାର୍ଥୀଙ୍କ ମଧ୍ୟରେ ୫୫ଜଣ ପୁରୁଷ ଏବଂ ୬ଜଣ ମହିଳା ଅଛନ୍ତି । ସେହିପରି ବିଧାନସଭା ଆସନ ପାଇଁ ୩୫୬ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୧୮ଜଣ ପୁରୁଷ ଏବଂ ୩୭ ଜଣ ମହିଳା ଏବଂ ଜଣେ ତୃତୀୟ ଲିଙ୍ଗ ପ୍ରାର୍ଥୀ ଅଛନ୍ତି।
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୦,୪୬୪ ମତଦାନ କେନ୍ଦ୍ରରେ ୪୭,୯୯,୦୩୦ ପୁରୁଷ ଭୋଟର, ୪୪,୫୬,୭୨୯ ମହିଳା ଭୋଟର ଓ ୧୧୬୩ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୯୨ ଲକ୍ଷ ୫୬ ହଜାର ୯୨୨ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ।
ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଆଦି ୬ଟି ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories