www.samajalive.in
Saturday, December 6, 2025
16.1 C
Bhubaneswar

ନୂଆ ପଦ ସୃଷ୍ଟି ଉପରେ କଟକଣା; ମଞ୍ଜୁର ଖାଲି ପଦ ପୂରଣ ପ୍ରକ୍ରିୟା ଅବ୍ୟାହତ

ଭୁବନେଶ୍ବର: କରୋନା ଭୂତାଣୁ ଯୋଗୁ ରାଜ୍ୟ ରାଜକୋଷରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ବିଭାଗରେ ନୂଆ ନିଯୁକ୍ତି ସୃଷ୍ଟି ଉପରେ ଗତ ମଙ୍ଗଳବାର ରୋକ୍‌ ଲଗାଇଥିଲେ। ତେବେ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯିବାରୁ ବୁଧବାର ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଆର୍ଥିକ କଟକଣା ଏବଂ ନୂଆ ନିଯୁକ୍ତି ପ୍ରସଙ୍ଗରେ ଅର୍ଥ ବିଭାଗ ସ୍ପଷ୍ଟୀକରଣ ଦେଇ କହିଛି ଯେ, ରାଜ୍ୟରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂର୍ବଭଳି ପୂରଣ କରାଯିବ। ସମସ୍ତ ସରକାରୀ ନିଯୁକ୍ତି ପ୍ରକ୍ରିୟା ଚାଲିବ। କେବଳ ନୂଆ ପଦବୀ ସୃଷ୍ଟି ଉପରେ ସାମୟିକ ଭାବେ କଟକଣା ଲାଗୁ ହୋଇଛି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories