www.samajalive.in
Monday, December 15, 2025
16.1 C
Bhubaneswar

ବ୍ଲକସ୍ତରୀୟ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର

କେନ୍ଦୁଝରଗଡ :  ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ପାଟଣା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ପାଟଣା ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁକାନ୍ତି ନାଏକ, ସାହାରପଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ନାଏକ, ଜିଲାପରିଷଦ ସଦସ୍ୟା ରୁନୁ ମହାନ୍ତ, ପାଟଣା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବଶଙ୍କର ମୁର୍ମୁ, ଜିଲା ଶ୍ରମ ଅଧିକାରୀ ସୂର୍ଯ୍ୟ ନାରାୟଣ ମାଳି ପ୍ରମୁଖ ଯୋଗଦେଇ ଶତାଧିକ ନିର୍ମାଣ ଶ୍ରମିକଙ୍କୁ ସହାୟତା ପ୍ରଦାନ କରିଥିଲେ । ପ୍ରାରମ୍ଭରେ ଜିଲା ଶ୍ରମ ଅଧିକାରୀ ଶ୍ରୀ ମାଳି ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଏହି ସହାୟତା ଶିବିରରେ ୫୭୦ଜଣ ହିତାଧିକାରୀଙ୍କୁ ୨କୋଟି ୧୨ଲକ୍ଷ ୩୦ହଜାର ୮୦୦ଟଙ୍କାର ବିଭିନ୍ନ ସହାୟତା ପ୍ରଦାନ କରାଯାଇଥିଲା । ୩୧୩ଜଣଙ୍କୁ ଶିକ୍ଷା ସହାୟତାରେ ୨୨ଲକ୍ଷ ୨୬ହଜାର ୮୦୦ଟଙ୍କା, ୧୧୯ଜଣଙ୍କୁ ୫୯ଲକ୍ଷ ୨୫ହଜାର ଟଙ୍କା ବିବାହ ସହାୟତା, ୬ଜଣଙ୍କୁ ପ୍ରସୂତୀକାଳୀନ ସହାୟତା, ୬୮ଜଣଙ୍କୁ ମୃତ୍ୟୁକାଳୀନ ସହାୟତା, ୬୪ଜଣଙ୍କୁ ଅନ୍ତ୍ୟେଷ୍ଟିକ୍ରିୟା ସହାୟତା ଅନ୍‌‌ଲାଇନ ମାଧ୍ୟମରେ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି। ସହକାରୀ ଶ୍ରମ ଅଧିକାରୀ ଭରତ କୁମାର ଦାସଙ୍କ ସମେତ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଶିବିର ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories