www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ ଓଡ଼ିଆ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ଭୁବନେଶ୍ଵର କ୍ୟାପିଟାଲ ଥାନାରେ ଉଭୟଙ୍କ ନାଁରେ ଏତଲା ଦେଇଛନ୍ତି ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ଵାଇଁ। ପ୍ରଭୁ ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଇଥିବା ଅଭିଯୋଗରେ ହ୍ୟୁମାନ ଓ ରୁକୁଙ୍କ ନାଁରେ ଏତଲା ଦିଆଯାଇଛି।

ସୂଚନାଯୋଗ୍ୟ, ସାମାଜିକ ଗଣମାଧ୍ୟମରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ରୁକୁ ସୁନା ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଛନ୍ତି ଏବଂ ହ୍ୟୁମାନ ଏହାକୁ ଶୁଣି ହସି ହସି ଗଡ଼ି ଯାଉଛନ୍ତି। ଭିଡିଓରେ ଆହୁରି କେତେକ ଲୋକ ଏହାକୁ ଶୁଣି ହସୁଥିବା ଶୁଣାଯାଉଛି, ଯାହା ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି। ଏଭଳି କାର୍ଯ୍ୟ କରୁଥିବା ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଇଣ୍ଟର​‌ନ୍ୟା​‌ସନାଲ ହ୍ୟୁମାନ ରାଇଟ୍ସ କମିଶନ ସଂଘ ପକ୍ଷରୁ ଦାବି ହୋଇଛି। କେବଳ ଏହି ଦୁଇଜଣ ନୁହେଁ ଯେଉଁମାନେ ଏହି ଭିଡିଓ ସହ ଜଡ଼ିତ ଏବଂ ଯେଉଁ ଷ୍ଟୁଡିଓରେ ଏହି ଗୀତ ରେକର୍ଡ ହୋଇଛି ତାହା ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଯୋଗକାରୀ ଦାବି କରିଛନ୍ତି।

- Advertisement -

 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories