www.samajalive.in
Monday, December 15, 2025
24.1 C
Bhubaneswar

ପୁଣି ଫଶିଲେ ଶିଳ୍ପା-ରାଜ୍‌: ଦମ୍ପତିଙ୍କ ବିରୋଧରେ ଠକେଇ ମାମଲା ରୁଜୁ

ନୂଆଦିଲ୍ଲୀ: ବଲିଉଡ଼ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ। ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ମାମଲା ପରେ ରାଜ ଏବେ ଠକେଇ ମାମଲାରେ ଫଶିଥିବା ଜଣାପଡ଼ିଛି। ତାଙ୍କ ବିରୋଧରେ ୧.୫୧ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଶିଳ୍ପା ଶେଟ୍ଟୀ ମଧ୍ୟ ଏହି ମାମଲାରେ ସ୍କାନରରେ ଅଛନ୍ତି। ମୁମ୍ବା୍ର ବାନ୍ଦ୍ରା ପୁଲିସ ଷ୍ଟେସନରେ ଶିଳ୍ପା ଶେଟ୍ଟୀ ଏବଂ ରାଜ କୁନ୍ଦ୍ରାଙ୍କ ବିରୋଧରେ ଠକେଇ ଅଭିଯୋଗରେ ମାମଲା ରୁଜୁ ହୋଇଛି।

ନିତିନ ବରଈ ନାମକ ଜଣେ ବ୍ୟକ୍ତି ଦମ୍ପତିଙ୍କ ବିରୋଧରେ ଠକେଇ ନେଇ ଏତଲା ଦାୟର କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ରାଜ୍‌ ଓ ଶିଳ୍ପା ଏକ ଫିଟନେସ୍‌ କମ୍ପାନୀ ମାଧ୍ୟମରେ ୨୦୧୪-୨୦୧୫ରେ ତାଙ୍କ ସହ ୧.୫୧ କୋଟିର ଠକେଇ କରିଛନ୍ତି। ରିପୋର୍ଟ ଅନୁଯାୟୀ, ନିତିନଙ୍କ ଅଭିଯୋଗ ପରେ ବାନ୍ଦ୍ରା ପୁଲିସ ଆଇପିସିର ଧାରା ୪୦୬, ୪୦୯, ୪୨୦, ୫୦୬, ୩୪ ଓ ୧୨୦(ବି)ରେ ମାମଲା ରୁଜୁ କରିଛି। ପୁଲିସ ଏହି ମାମଲାରେ ଖୁବଶୀଘ୍ର ଶିଳ୍ପା ଓ ରାଜ୍‌ଙ୍କୁ ପଚରାଉଚରା କରିପାରେ। ଏନେଇ ବର୍ତ୍ତମାନ ସୁଦ୍ଧା ଶିଳ୍ପା ଶେଟ୍ଟୀ ଏବଂ ରାଜ କୁନ୍ଦ୍ରାଙ୍କ ପକ୍ଷରୁ କୌଣସି ବୟାନ ଆସିନାହିଁ।

- Advertisement -

ସୂଚନାଯୋଗ୍ୟ, ନିକଟରେ ରାଜ କୁନ୍ଦ୍ରାଙ୍କୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ମାମଲାରେ ଗିରଫ କରାଯାଇଥିଲା।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories