www.samajalive.in
Sunday, December 7, 2025
26.1 C
Bhubaneswar

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ । ଗୋଆ ରାଜଧାନୀ ପାଣାଜୀଠାରୁ ୨୫ କିମି ଦୂରରେ ଅବସ୍ଥିତ ଆରପୋରା ଗ୍ରାମରେ ଥିବା ଏକ ନାଇଟ୍ କ୍ଲବ୍ ରେ ଅଗ୍ନିକାଣ୍ଡ ଘଟି ଏପର୍ଯ୍ୟନ୍ତ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇ ସମ୍ପୃକ୍ତ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରିଥିବା ସୂଚନା ରହିଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ସାୱନ୍ତ କହିଛନ୍ତି ଯେ ନାଇଟ୍ କ୍ଲବ୍ ର ମାଲିକ ଏବଂ ପ୍ରବନ୍ଧକ(ମ୍ୟାନେଜର)ଙ୍କ ବିରୁଦ୍ଧରେ ଏତଲା ରୁଜୁ କରାଯାଇଛି ଏବଂ ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ । ଆହତ ମାନଙ୍କ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ଛଅ ଜଣ ଆହତଙ୍କ ଅବସ୍ଥା ସ୍ଥିର ଅଛି । ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗୋଆରେ ଏପରି ଘଟଣା ପ୍ରଥମ ଥର ପାଇଁ ଘଟିଛି ବୋଲି ଶ୍ରୀ ସାୱନ୍ତ କହିଛନ୍ତି।

- Advertisement -

ସୂଚନା ଅନୁସାରେ ଗତକାଲି ମଧ୍ୟରାତ୍ରିରେ ବିର୍ଚ ବାଇ ରୋମିଓ ଲେନରେ ଅବସ୍ଥିତ ନାଇଟ୍ କ୍ଲବ୍ ରେ ଗ୍ୟାସ  ଟାଙ୍କି ବିସ୍ଫୋରଣ ଯୋଗୁଁ  ଅଗ୍ନିକାଣ୍ଡ ଘଟିଥିଲା । ନାଇଟ୍ କ୍ଲବ୍ ଟି ଗତ ବର୍ଷ ହିଁ ଆରମ୍ଭ ହୋଇଥିଲା । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ କ୍ଲବର ପ୍ରଥମ ମହଲାରେ ନିଆଁ ଲାଗିଥିଲା । ଭିଡ଼ ଏବଂ ଛୋଟ ଦ୍ୱାର ଯୋଗୁଁ ଗ୍ରାହକମାନେ ବାହାରକୁ ଯାଇପାରି ନଥିଲେ । ସେମାନଙ୍କ ମଧ୍ୟରୁ କିଛିଜଣ ତଳ ମହଲାକୁ ଦୌଡ଼ି ଯାଇଥିଲେ ଏବଂ କିଛି ସେଠାରେ ଫସି ଯାଇଥିଲେ ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories