କଟକ : କଟକ ସିଡ଼ିଏ ସେକ୍ଟର ୧୦ ଅଞ୍ଚଳରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ବହୁ ସଂଖ୍ୟକ ଫାଇଲ ସହ ଆସବାବପତ୍ର ପୋଡ଼ି ଯାଇଥିବା ଜଣାପଡ଼ିଛି। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୂଚନା ଯୋଗ୍ୟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ନେଇ ଅନୁମାନ କରାଯାଉଛି।
Popular Categories



