www.samajalive.in
Saturday, December 6, 2025
14.1 C
Bhubaneswar

ତିନି ଏକର ଧାନ ଗଦାରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ବଡ଼ସାହି: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସୁହାଗପୁର ପଞ୍ଚାୟତ ଗୌଡ଼ମୁଣ୍ଡଳି ଗ୍ରାମର ବିଜୟ ଶଙ୍ଖୁଆଳଙ୍କ କ୍ଷେତରେ ଥିବା ୩ ଏକର ଜମିର ମହଜୁତ ଥିବା ଧାନ ଗଦାରେ ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ନିଆଁ ଜଳୁଥିବା ଦେଖି ଗାଁ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ସମସ୍ତ ଧାନ ଓ ନଡା ପୋଡି ପାଉଁଶ ହୋଇଯାଇଛି। ଏସମ୍ପର୍କରେ ଚାଷୀ ବିଜୟ ବଡ଼ସାହି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ ଘଟଣା ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories