www.samajalive.in
Sunday, December 14, 2025
26.1 C
Bhubaneswar

ସୁପରଫାଷ୍ଟ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଆନ୍ଧପ୍ରଦେଶ ଏସି ସୁପରଫାଷ୍ଟ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଏକ୍ସପେସର ବି-୬ ଓ ୭ ବଗିରେ ନିଆଁ ଲାଗି ଯାଇଛି । ନୂଆଦିଲ୍ଲୀରୁ ବିଶାଖାପାଟଣା ଯାଉଥିବା ବେଳେ ମଧ୍ୟପ୍ରଦେଶ ଗ୍ବାଲିୟାର ଷ୍ଟେସନ ନକଟରେ ଏହି ଅଘଟଣ ଘଟିଛି । ଏଯାବତ୍ ଅଗ୍ନିକାଣ୍ଡରେ କୌଣସି ଯାତ୍ରୀ ମୃତାହତ ହୋଇ ଥିବା ସୂଚନା ମିଳିନାହିଁ । ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ ରେଳ ବିଭାଗର ଉଚ୍ଚପଦସ୍ଥ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଦମକଳ ସହାୟତାରେ ନିଆଁ ଲିଭାଇବା କାର୍ଯ୍ୟ ଜାରି ରହିଛି । ଟ୍ରେନ ଲାଇନ ଉପରେ ଯାଇଥିବା ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍ ତାର ଅଗ୍ନି ସଂସ୍ପର୍ଶରେ ଆସି ଯାଇଥିବାରୁ ବଡ ଧରଣର ଅଘଟଣକୁ ଏଡାଇବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଜାରି ରହିଛି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories