www.samajalive.in
Saturday, December 6, 2025
15.1 C
Bhubaneswar

ବ୍ୟାଙ୍କରେ ଅଗ୍ନିକାଣ୍ଡ

ଗଞ୍ଜାମ : ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପାଇଲିପଡ଼ା ଠାରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଅଗ୍ନିକାଣ୍ଡ ଘଟିଛି। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୂଚନା ଅନୁଯାୟୀ, ବିଦ୍ୟୁୁତ ସଟ ସର୍କିଟ କାରଣରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଏହି ଅଗ୍ନିକାଣ୍ଡରେ ବ୍ୟାଙ୍କର କମ୍ପ୍ୟୁଟର, କାଗଜପତ୍ର ଓ ଅନ୍ୟାନ୍ୟ ଆସବାବପତ୍ର ପୋଡ଼ିଯାଇଥିବା ଜଣାପଡ଼ିଛି। ବ୍ୟାଙ୍କ କର୍ତ୍ତୃପକ୍ଷ ଯାଞ୍ଚ କରିବା ପରେ ପ୍ରକୃତ କ୍ଷୟକ୍ଷତି ବିଷୟରେ ଜଣାପଡ଼ିବ। ଗୁରୁବାର ସକାଳ ସମୟରେ କିଛି ଲୋକେ ପ୍ରାତଃ ଭ୍ରମଣ ପାଇଁ ଯାଇଥିବା ସମୟରେ ବ୍ୟାଙ୍କରୁ ଧୂଆଁ ବାହାରୁ ଥିବାର ଦେଖିବାକୁ ପାଇଲେ। ଅଗ୍ନିକାଣ୍ଡ ବିଷୟରେ ଖବର ପାଇ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories