www.samajalive.in
Saturday, December 6, 2025
16.1 C
Bhubaneswar

ଦମ୍ପତିଙ୍କ ଆତ୍ମାହୂତି ଉଦ୍ୟମ

ବରଗଡ : ପାରିବାରିକ କଳହରୁ ନିଜ ଦେହରେ ନିଆଁ ଲଗାଇଲେ ଦମ୍ପତି। ଏହାସହ ନିଜ ଶିଶୁ କନ୍ୟା ଦେହରେ ମଧ୍ୟ ନିଆଁ ଲଗାଇ ଦେଇଛନ୍ତି। ନିଆଁରେ ପୋଡି ହୋଇ ଶିଶୁ କନ୍ୟାଟିର ମୃତ୍ୟୁ ହୋଇଥିବା ବେଳେ ବାପା ଓ ମା’ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ କୁକେତିରା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି।

ସୂଚନାଯୋଗ୍ୟ ଯେ ଦମ୍ପତିଙ୍କ ମଧ୍ୟରେ ମଙ୍ଗଳବାର ରାତିରେ କୌଣସି କଥାକୁ କଳହ ହୋଇଥିଲା। ଏଥିରେ ରାଗିଯାଇ ସ୍ବାମୀ ଜଣକ ନିଜ ସ୍ତ୍ରୀ ଓ ଝିଅ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାପରେ ସେ ନିଜ ଦେହରେ ମଧ୍ୟ ନିଆଁ ଲଗାଇ ଦେଇଥିଲା। ଗ୍ରାମ ଲୋକେ ଏ କଥା ଜାଣିବା ପରେ ଦମକଳ ବାହିନୀ ଓ ପୁଲିସକୁ ଖବର ଦେଇଥିଲେ। ଦମକଳ ବାହିନୀ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। କିନ୍ତୁ ଘର ଭିତରେ ଶିଶୁ କନ୍ୟାଟିର ମୃତ୍ୟୁ ହୋଇଯାଇଥିବା ଜଣାପଡିଛି। ଦମ୍ପତି ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories