ଭୁବନେଶ୍ୱର : ରସୁଲଗଡ଼ସ୍ଥିତ ଏକ ଗୋଦାମରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି । ଏହି ଗୋଦାମରେ ଥିବା ବିସ୍କୁଟ ଓ କିଛି ଗ୍ରୋସରୀ ସାମଗ୍ରୀ ଜଳିଯାଇଛି। ଗୋଦାମରେ ଥିବା ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। କଳ୍ପନା ଅଗ୍ନିଶମ ବିଭାଗର ଗୋଟିଏ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନଥିବା ବେଳେ ସଟ୍ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥାଇ ପାରେ ବୋଲି ସନ୍ଦେହ କରାଯାଇଛି। ତଦନ୍ତ ପରେ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପ୍ରଥମେ ଉପସ୍ଥିତ ଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇନଥିଲା। ପରେ କଳ୍ପନା ଅଗ୍ନିଶମ କାର୍ଯ୍ୟାଳୟକୁ ଖବର ଦିଆଯାଇଥିଲା। ଅଗ୍ନିଶମ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।
Popular Categories



