www.samajalive.in
Saturday, December 6, 2025
16.1 C
Bhubaneswar

ଭୁବନେଶ୍ୱର ପାର୍ଟସ ଦୋକାନରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ଭୁବନେଶ୍ବର: ଆଜି ଝାରପଡ଼ାର ଏକ ପାର୍ଟସ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରକୋପ ଏତେ ରହିଥିଲା ଯେ, ଗୋଟିଏ ପରେ ଗୋଟିଏ ଦୋକାନକୁ ନିଆଁ ବ୍ୟାପିଥିଲା । ଅକ୍ଲାନ୍ତ ପରିଶ୍ରମ କରି ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି। ସର୍ଟସର୍କିଟରୁ ପାର୍ଟସ ଦୋକାନରେ ନିଆଁ ଲାଗିଥିବା ସନ୍ଦେହ କରାଯାଇଛି।

ଭୁବନେଶ୍ୱର ଝାରପଡ଼ା ଅଞ୍ଚଳରେ ଥିବା କେକେ ଟ୍ରେଡିଂ ଏବଂ ସୁପ୍ରିମ୍ ମେସିନାରୀ ଆଣ୍ଡ ଟୁଲ୍ସ ଭଳି ଦୁଇଟି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଥିବାବେଳେ ନିଆଁ ଲିଭାଇବା କାର୍ଯ୍ୟରେ ୨ଟି ଦମକଳ ନିୟୋଜିତ ହୋଇଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ଅନୁମାନ କରାଯାଇଛି।
ଗତ ୩ ବର୍ଷରେ ଦୁଇଥର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ୪ରୁ ୬ ମାସ ତଳେ ଏହି ସ୍ଥାନରେ ମଧ୍ୟ ଅଗ୍ନିକାଣ୍ଡ ଘଟିଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories