www.samajalive.in
Wednesday, December 10, 2025
23.1 C
Bhubaneswar

ମହାକୁମ୍ଭରେ ପୁଣି ଲାଗିଲା ନିଆଁ

ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭରେ ପୁଣିଥରେ ଅଗ୍ନିକାଣ୍ଡ ଘଟିଛି। ସୋମବାର କୁମ୍ଭ ମେଳାର ସେକ୍ଟର ୮ରେ ବଜରଙ୍ଗ ଦାସ ମାର୍ଗରେ ନିଆଁ ଲାଗିଥିବା ଜଣାପଡ଼ିଛି। ଏକ ଘରୋଇ ସଂସ୍ଥାର ଶିବିରରେ ଏହି ଅଗ୍ନିକାଣ୍ଡ ଘଟିଛି। ତମ୍ବୁ ଏବଂ ଅନ୍ୟାନ୍ୟ ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡରେ ମୃତାହତ ନେଇ କୌଣସି ସୂଚନା ନାହିଁ। ସୂଚନାଯୋଗ୍ୟ, ଚଳିତ ପ୍ରୟାଗରାଜ ମହାକୁମ୍ଭରେ ଏହା ପୂର୍ବରୁ ଏକାଧିକ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି।

 

Hot this week

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

Related Articles

Popular Categories