www.samajalive.in
Friday, December 5, 2025
26.1 C
Bhubaneswar

ହୁତୁହୁତୁ ଜଳିଲା ହସ୍ପିଟାଲ

ବରୌତ: ଦିଲ୍ଲୀ-ସହାରନପୁର ରାଜପଥସ୍ଥିତ ଆସ୍ଥା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲର ଉପର ମହଲାରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ସୋମବାର ଭୋର ସମୟରେ ଲାଗିଥିବା ନିଆଁ ଭୀଷଣ ରୂପ ଧାରଣ କରିଥିଲା। ଏହାଦ୍ୱାରା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଖବର ପାଇ ୪ଟି ଅଗ୍ନିଶମ ବାହିନୀ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ଦୀର୍ଘ ସମୟର କଠିନ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ ଆଜି ଭୋର ୪ଟା ୩୦ ସମୟରେ ଆସ୍ଥା ହସ୍ପିଟାଲର ଉପର ମହଲାରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଡାକ୍ତରଖାନାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀ ଏନେଇ ଡାକ୍ତରଖାନା ପରିଚାଳକ, ପୁଲିସ ଏବଂ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ପାଇବା ପରେ ୪ଟି ଅଗ୍ନିଶମ ବାହିନୀ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଭିତରେ ୧୨ ଜଣ ରୋଗୀ ଥିଲେ ଏବଂ ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତାହତ ନେଇ କୌଣସି ଖବର ନାହିଁ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଯାଞ୍ଚ ଜାରି ରଖିଛି।

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories