www.samajalive.in
Tuesday, December 9, 2025
23.1 C
Bhubaneswar

ରାଜଧାନୀର ବିଲ୍ଡିଂରେ ଭୀଷଣ ଅଗ୍ନିକାଣ୍ଡ: ୩ ମୃତ, ତିନି ଗୁରୁତର

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପୁଣି ଏକ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଶାହଦରା ଜିଲାର କୃଷ୍ଣା ନଗର ଅଞ୍ଚଳରେ ରବିବାର ଭୋର ସମୟରେ ଏକ ଅଟ୍ଟାଳିକାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଅପରପକ୍ଷେ ୭ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗଳି ନମ୍ବର ୧ ସ୍ଥିତ ଇଣ୍ଡିଆନ ବ୍ୟାଙ୍କ ନିକଟରେ ଥିବା ଛାଛି ବିଲ୍ଡିଂରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଅଗ୍ନିକାଣ୍ଡରେ ପାର୍କିଂରେ ଥିବା ୧୧ଟି ଦୁଇ ଚକିଆ ଯାନ ମଧ୍ୟ ଜଳି ପାଉଁଶ ହୋଇଯାଇଛି। ଡାକ୍ତରଖାନାରେ ଆହତମାନଙ୍କ ଚିକିତ୍ସା ଜାରି ରହିଛି। ପୁଲିସ ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ପୂର୍ବ ଦିଲ୍ଲୀ ବିବେକ ବିହାରରେ ଥିବା ଏକ ବେବି କେୟାର ସେଣ୍ଟରେ ନିଆଁ ଲାଗି ୭ ଜଣ ଶିଶୁଙ୍କୁ ମୃତ୍ୟୁ ଘଟିଛି। ଅଗ୍ନିକାଣ୍ଡରେ ୧୨ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ସେଥି ମଧ୍ୟରୁ ୭ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଛିଛି। ଜଣଙ୍କୁ ଭେଣ୍ଟିଲେଟର୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୪ ନବଜାତ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି।

- Advertisement -

 

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories