www.samajalive.in
Friday, December 12, 2025
14.1 C
Bhubaneswar

ଶହୀଦନଗରରେ ମିକ୍ସଚର ଫ୍ୟାକ୍ଟୋରିରେ ଅଗ୍ନିକାଣ୍ଡ

ସମାଜ ଡିଜିଟାଲ ଡେସ୍କ: ଶହୀଦନଗରରେ ଥିବା ଏକ ମିକ୍ସଚର ଫ୍ୟାକ୍ଟୋରିରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଫ୍ୟାକ୍ଟୋରିରେ ଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଏବଂ ମିକ୍ସଚର ପ୍ରସ୍ତୁତି ପାଇଁ ରହିଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ଭୋର ସମୟରେ ଫ୍ୟାକ୍ଟୋରିରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ଅଗ୍ନିଶମ କେନ୍ଦ୍ରକୁ ଖବର ଦିଆଯାଇଥିଲା। ୨ଟି ଅଗ୍ନିଶମ କେନ୍ଦ୍ରରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆକୁ ଆୟତ୍ତ କରିଥିଲେ। ଫ୍ୟାକ୍ଟୋରି ଭିତରେ ତେଲ ଏବଂ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀ ଥିବାରୁ ନିଆଁ ତୁରନ୍ତ ବ୍ୟାପିଯାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories