www.samajalive.in
Monday, December 15, 2025
26.1 C
Bhubaneswar

ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଷ୍ଟୋରରୁମ୍‍ ରେ ଅଗ୍ନିକାଣ୍ଡ; କେହି ଆହତ ହୋଇନଥିବା ସୂଚନା

ନୂଆଦିଲ୍ଲୀ: ଏଠାରେ ଥିବା ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଅଗ୍ନିକାଣ୍ଡ ଘଟିଛି । ସୋମବାର ଭୋର ପ୍ରାୟ ୫ଟାରେ ଏମ୍ସରେ ଅଗ୍ନିକାଣ୍ଡ ଘଟିଥିଲା । କାଜୁଆଲଟି ବିଭାଗ ନିକଟରେ ଥିବା ଏକ ଷ୍ଟୋର ରୁମ୍‍ ରୁ ଧୂଆଁ ବାହାରିବା ପରେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ସେଠାରେ ସାତଟି ଅଗ୍ନିଶମ ବିଭାଗ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏଥିରେ କେହି ମୃତାହତ ହୋଇଥିବା ଖବର ମିଳିନାହିଁ । ନିଆଁକୁ ଠାବ କରାଯିବା ପରେ ତୁରନ୍ତ ତାହାର ନିକଟରେ ଥିବା ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଏ ସମ୍ପର୍କରେ ତଦନ୍ତ ଚାଲିଥିବା ଅଗ୍ନିଶମ ବିଭାଗର ବରିଷ୍ଠ ଅଧିକାରୀ କହିଛନ୍ତି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories