www.samajalive.in
Saturday, December 6, 2025
26.1 C
Bhubaneswar

ମୁମ୍ବଇ ଡାକ୍ତରଖାନା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମୁମ୍ବଇ: ମୁମ୍ବଇର ଅନ୍ଧେରୀ ପୂର୍ବରେ ଥିବା ଏକ ସରକାରୀ ଡାକ୍ତରଖାନାରରେ ସୋମବାର ରାତିରେ ଘଟିଥିବା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଏହି ଅଘଟଣାରେ ୧୪୭ ରୋଗୀ ଉଦ୍ଧାର କରାଯାଇ ଚିକିତ୍ସିତ ପାଇଁ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରୁ ତିନି ଜଣ ସେବନ ହିଲ୍ସ ହସ୍ପିଟାଲରେ ପ୍ରାଣ ହରାଇ ଥିବା ବେଳେ ଅନ୍ୟ ଦୁଇ ଜଣଙ୍କର କୋପର ହସ୍ପିଟାଲରେ ଚିକତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏହି ଅଘଟଣାରେ ଏକ ୬ ମାସର ଶିଶୁର  ମୃତ୍ୟୁ ଘଟିଥିବା ଜଣାପଡିଛି । ଏହି ଅଗ୍ନିକାଣ୍ଡର ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବାକୁ କେନ୍ଦ୍ରଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗବାର ଘୋଷଣା କରିଛନ୍ତି । ଏହା ସହ ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ସାମାନ୍ୟ ଆହତଙ୍କୁ ଏକ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦିଆଯିବ ବୋଲି କେନ୍ଦ୍ରଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗବାର ଏକ ପ୍ରତିକ୍ରିୟାରେ କହିଛନ୍ତି ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories