www.samajalive.in
Sunday, December 14, 2025
19.1 C
Bhubaneswar

ବାଣ ତିଆରି ବେଳେ ବିସ୍ଫୋରଣ, ଜଣେ ଗୁରୁତର 

ତିଗିରିଆ : ତିଗିରିଆ ଥାନା ଅନ୍ତର୍ଗତ ପୁରୁଣା ତିଗିରିଆରେ ବାଣ ବିସ୍ପୋରଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ କଟକ ବଡଡାକ୍ତରଖାନା ସ୍ଥାନାନ୍ତର ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ପୁରୁଣା ତିଗିରିଆ ଗ୍ରାମରେ ସୋମବାର ସକାଳ ପ୍ରାୟ ୯ ସମୟରେ ଜଣେ ଯୁବକ ନିଜ ଘରେ ବାଣ ଭିଡୁଥିବା ସମୟରେ ବାରୁଦ ବିସ୍ପୋରଣ ଘଟିଥିଲା। ଏଥିରେ ଗ୍ରାମର ମାନସ ରଞ୍ଜନ ସାହୁ (୪୮) ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କର ଶରୀରର ପ୍ରାୟ ୯୦ ପ୍ରତିଶତ ଜଳି ଯାଇଥିବା ବେଳେ ତାଙ୍କର ହାତ ଓ ଆଖିରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ପରିବାର ଲୋକେ ତାଙ୍କୁ ତିଗିରିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ପରେ ତାଙ୍କୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ ଏହି ଘଟଣାକୁ ନେଇ ତିଗିରିଆ ଥାନା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଥାନା ସୂତ୍ରରୁ ଜାଣିବାକୁ ମିଳିଛି।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories