www.samajalive.in
Saturday, December 6, 2025
17.1 C
Bhubaneswar

ଦମକଳ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୪ ଆହତ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକ ଅନ୍ତର୍ଗତ ମୁଦୁଲିପଡା ଘାଟିରେ ଦମକଳ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୪ ଜଣ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି। ପୁଲିସ ମହାନିର୍ଦେଶକ ଅଭୟଙ୍କ ମୁଡୁଲିପଡ଼ା ବିଏସଏଫ କ୍ୟାମ୍ପ ଗସ୍ତ କାର୍ଯ୍ୟକ୍ରମର ହେଲିପେଡ କାର୍ଯ୍ୟ ସାରି ଫେରିବା ସମୟରେ ରାସ୍ତାରେ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିଲା। ଫଳରେ ଗାଡ଼ିରେ ଥିବା ୪ ଜଣ କର୍ମଚାରୀ ଆହତ ହୋଇଥିଲେ। ଏହି ଆହତ କର୍ମଚାରୀମାନଙ୍କୁ ପ୍ରଥମେ ଖାଇରପୁଟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ମାଲକାନଗିରି ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories